You are currently viewing ପ୍ଲାଷ୍ଟିକ ଗୋଦାମରେ ଅଗ୍ନିକାଣ୍ଡ

ପ୍ଲାଷ୍ଟିକ ଗୋଦାମରେ ଅଗ୍ନିକାଣ୍ଡ

  • Post category:ଓଡିଶା
  • Reading time:1 mins read

ଭଦ୍ରକ(ଏଏନଏସ) ୨୪.୧୨.୨୦୨୧,  ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅନ୍ତର୍ଗତ ହଳଦୀଡିହ ବାଇପାସ ଠାରେ ପ୍ଲାଷ୍ଟିକ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଜଳିଗଲା ୫ଟି ଦୋକାନ ଘର । ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଯାଇଛି । ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ କୌଣସି କାରଣ ବଶତଃ ପ୍ଲାଷ୍ଟିକ ଗୋଦାମରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି । ତେବେ ନିଆଁ ଖୁବ୍ ଶୀଘ୍ର ବେଗରେ ମାଡିଯାଇଥିବାରୁ ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି ।   ଗୋଦାମରେ ସମସ୍ତ ସାମଗ୍ରୀ ପୋଡ଼ି ତରଳି ଯାଇଛି । ଏବେ ଘଟଣା ସ୍ଥଳରେ ପୁରୁଣା ବଜାର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।