You are currently viewing ଖୁବଶୀଘ୍ର ଜୟପୁର ଓ ରଙ୍ଗେଇଲୁଣ୍ଡାରୁ ଉଡିବ ବିମାନ

ଖୁବଶୀଘ୍ର ଜୟପୁର ଓ ରଙ୍ଗେଇଲୁଣ୍ଡାରୁ ଉଡିବ ବିମାନ

ଭୁବନେଶ୍ୱର-୦୬.୦୮.୨୦୨୧, ଉଡାନ ଯୋଜନରେ ସାମିଲ ହେବ ରାଜ୍ୟର ଆଉ ଦୁଇଟି ସ୍ଥାନ । ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିମାନ ଉଡାନ ପାଇଁ ଦୁଇଟି ଏୟାରଷ୍ଟ୍ରିପ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ସମସ୍ୟାନେଇ ପଦ୍ମନାଭ ବେହେରା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଆଗକୁ ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ସମସ୍ୟା ରହିବନି । ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ ଦେବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ବୈଠକରେ ଜମି ଅଧିଗ୍ରହଣ ସମସ୍ୟାକୁ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।