ଭୁବନେଶ୍ୱର, ରାଜ୍ୟରେ ଲଗୁଚାପ ଜନିତ ବର୍ଷା ଫଳରେ ଅନେକ ଅଞ୍ଚଳ ଜଳରେ ପରିପୂର୍ଣ୍ଣ ହୋଇଯାଇଛି । କିଛି ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । କିନ୍ତୁ ଏସବୁ ସେତ୍ତ୍ୱବି ରାଜ୍ୟରେ ବିଶେଷ କ୍ଷୟକ୍ଷତି ହୋଇନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି । ଯେଉଁ ଅଞ୍ଚଳରେ ଯାହାବି ହୋଇଛି ସେ ନେଇ ଉକ୍ତ ଅଞ୍ଚଳର ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମଗାଯାଇଛି । ରିପୋର୍ଟ ଆସିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳ ବିଶେଷ ପ୍ରଭାବିତ ହୋଇଥିବା ମଧ୍ୟ କହିଛନ୍ତି ରାଜସ୍ୱ ମନ୍ତ୍ରୀ । ଆଗକୁ ଆଉ ଏକ ଲଗୁଚାପ ଅନୁଭୂତ ହେବାର ଅଛି । ତେଣୁ ତାକୁ ଦୃଷ୍ଟିରେ ରଖି ସମସ୍ତେ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା