ଭୁବନେଶ୍ୱର, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ଆଜି ସକାଳ ୬ଟା ୫୯ ମିନିଟ୍ ସମୟରେ ତାଙ୍କର ପରଲୋକ ଘଟିଥିବା ଏନେଇ ପୁଅ ମସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗତ ୭ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ଶେଖ୍ ମତଲୁବ ଅଲ୍ଲୀଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଥିବା ସମୟରେ ତାଙ୍କର ପରଲୋକ ଘଟିଛି। ସେ କଂଗ୍ରେସ ଟିକେଟରେ ୪ଥର କଟକ ଜିଲ୍ଲାର ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଥିଲା। ସେ ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା ଭଳି ଅଧିକାଂଶ ଗୁରୁତ୍ତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଏବଂ ସାଂସ୍କୃତିକ ମହଲରେ ଶୋକର ଛାୟା ଖେଳିଯାଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ