You are currently viewing ଆଜି ୧୬୦୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଆଜି ୧୬୦୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ୧୬୦୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୦୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୯୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।