ଭୁବନେଶ୍ୱର, ଆଜି ରାଜ୍ୟରେ ୩୬୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
