You are currently viewing ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୮୫ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୫୪୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।