ସର୍ବାଧିକ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସେହିପରି ଆଜି ମଧ୍ୟ ରାଜ୍ୟରେ ରେକର୍ଡ଼ ସଂଖ୍ୟକ ୨୪ ଜିଲ୍ଲାରୁ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ୭୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୯ ଓ ସ୍ଥାନୀୟ ଅଞ୍ଚଳରୁ ୨୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।