ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜିଲ୍ଲାରୁ ଆଉ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ତେବେ ମୃତ ୪ଜଣଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ ୬୧ ବର୍ଷୀୟ ବ୍ୟକ୍ତି ଅଛନ୍ତି । ସେ କରୋନାରେ ଆକ୍ରାନ୍ତ ହେବା ସହ ଉଚ୍ଚ ରକ୍ତଚାପ ଏକଂ କିଡନୀ ଜନିତ ରୋଗରେ ପୀଡିତ ଥିଲେ। ସେହିପରି ଜଗତସିଂହପୁର ଜିଲ୍ଲାରୁ ଜଣେ ୭୧ ବର୍ଷୀୟ ବୃଦ୍ଧ କରୋନାରେ ପ୍ରାଣ ହରାଇଛନ୍ତି।
ଅନ୍ୟପଟେ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ୬୧ ବର୍ଷୀୟ ବ୍ୟକ୍ତିଙ୍କ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଛି । ତାଙ୍କର ଡାଇବେଟିସ, ଉଚ୍ଚ ରକ୍ତଚାପ ସହ ଅନ୍ୟାନ୍ୟ ସମସ୍ୟା ରହିଥିଲା । ସେହପରି ପୁରୀ ଜିଲ୍ଲାରୁ ମଧ୍ୟ ଜଣେ ୬୦ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି ।