gajapati

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଗଜପତି ମହାରାଜା 

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ): ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ସୂଚନାଯୋଗ୍ୟ ଗଜପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏହା ପୂର୍ବରୁ ଆଜି ଗଜପତି ମହାରାଜା ଦିବ୍ୟସିଂହଦେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି। ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ ରହିବା କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ଗଜପତି ମହାରାଜାଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଉପଜିଲ୍ଲାପାଳ ସମୀକ୍ଷା କରିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।