You are currently viewing ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଦୁର୍ଘଟଣା ;ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଦୁର୍ଘଟଣା ;ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ସହାୟତା ଘୋଷଣା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର-୨୦.୦୮.୨୦୨୧, ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଣପୁରର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ଖୋର୍ଦ୍ଧା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ରୋଷେଇ କଲାବେଳେ ଗ୍ୟାସ ଟାଙ୍କି ଫାଟି ୭ ଆହତ ହୋଇଥିଲେ । ଦୁଇ ଜଣ ଗୁରୁତର ଆହତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବାସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।