୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ, ଶେଷରେ ୯ ପୂଜା କମିଟିକୁ ଅନୁମତି ଦେଇଛନ୍ତି ହାଇକୋର୍ଟ । ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ ଏହି ଅନୁମତି ଦେଇଥିବା ବେଳେ ୨ଟି ସର୍ତ୍ତ ମଧ୍ୟ ରଖିଛନ୍ତି । ପ୍ରଥମତଃ ମୂର୍ତ୍ତି ଉଚ୍ଚତାକୁ ଅନୁମତି ମିଳିଥିଲେ ବି ବିସର୍ଜନ ପ୍ରଶାସନ ହିଁ କରିବ। ଏହି ଅନୁମତିକୁ ଉଦାହରଣ ଭାବେ ଗ୍ରହଣ କରାଯାଇପାରିବନି ବୋଲି ମଧ୍ୟ ସ୍ପଷ୍ଟ କରିଛନ୍ତି ହାଇକୋର୍ଟ। ମଣ୍ଡପରେ ୪ ଫୁଟରୁ ଊର୍ଦ୍ଧ୍ୱ ମୂର୍ତ୍ତି ନିର୍ମାଣ ଆରମ୍ଭ ହୋଇସାରିଥିବାରୁ, କମିଶନରଙ୍କ ନିର୍ଦ୍ଦେଶନାମା ପାଳନ କରିବା ସମ୍ଭବପର ନଥିବା ଦର୍ଶାଇ ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶେଷରେ ୯ଟି କମିଟିକୁ ଅଧିକ ଉଚ୍ଚ ମୂର୍ତ୍ତି ନିର୍ମାଣ ପାଇଁ ଅନୁମତି ମିଳିଛି।

Leave A Reply

Your email address will not be published.