governor

ଦାୟିତ୍ୱ ନେବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ 

  • Post category:ଓଡିଶା
  • Reading time:1 mins read

ଏଏନଏସ: ପୁରୀରେ ରାଜ୍ୟପାଳ ରଘୁବର ଦାସ। ନୂତନ ରାଜ୍ୟପାଳ ଭାବେ ଦାୟିତ୍ବ ନେବା ପରେ ପରିବାର ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଜ୍ୟପାଳ। ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ସେବାୟତଙ୍କ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରାଜଭବନ ଯାଇଥିଲେ ରାଜ୍ୟପାଳ। ସେଠାରେ ତାଙ୍କୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଛି । 

 

ଅନ୍ୟମାନଙ୍କୁ ଜଣାନ୍ତୁ।