You are currently viewing ବରଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବରଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଏଏନଏସ) ୧୩.୧୧.୨୦୨୧, ବରଗଡ଼ ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିଯୋଗୁଁ ବରଗଡ଼ର ପ୍ରାୟ ୪ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜିଲ୍ଲାବାସୀଙ୍କୁ ୨୯୫ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି । ୧୭୯.୬୬ କୋଟି ଟଙ୍କାର ୪୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୧୫.୪୩ କୋଟି ଟଙ୍କାରେ ନିର୍ମିତ ୧୦୮ଟି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨ଜଣ ଅତିରିକ୍ତ ଏସ୍‌ପି, ୧୦ ଜଣ ଡିଏସ୍‌ପି, ୩୦ ଜଣ ଏସ୍‌ଆଇ, ୪୦ ଜଣ ଏସ୍‌ଆଇ ଏବଂ ୨୦ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିବେ।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ୫-ଟି ସଚିବ ଭି କେ ପାଣ୍ଡିଆନ୍ ପ୍ରମୁଖ ଯୋଗ ଦେଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।