ଭୁବନେଶ୍ୱର(ଏଏନଏସ): ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅସହ୍ୟ ତାତି । ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ସତର୍କ କରାଇଲା ଆଂଚଳିକ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିପାଇଁ ଆଜି ଓ ଆସନ୍ତାକାଲି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖରୁ ତାତିରେ ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି।
ଆଜି ଟ୍ଵିନ ସିଟି ଭୁବନେଶ୍ୱର ଓ କଟକରେ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ମୟୁରଭଞ୍ଜ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ପାଇଁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟରେ ଲଗାତାର ୧୬ ଦିନ ଧରି ହିଟ ୱେଭ୍ ସହ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଦିନ ୧୧ ଟାରୁ ୩ଟା ମଧ୍ୟରେ ବାହାରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ। ଖରାରେ ବାହାରକୁ ଗଲେ ଓଦା ଗାମୁଛା, ପାଣି ବୋତଲ ସହ ଛତାର ବ୍ୟବହାର କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।