summer

ଜଳୁଛି ଓଡ଼ିଶା: ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ସାରା ରାଜ୍ୟରେ ନିଆଁ ବର୍ଷା । ତାତିରୁ ନାହିଁ ନିସ୍ତାର । ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏପଟେ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୫ ଦିନର ତାପମାତ୍ରାକୁ ନେଇ ଆକଳନ କରିବା ସହ ପ୍ରବଳ ଗ୍ରୀଷ୍ମପ୍ରବାହ ହେବାର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ରେଡ୍‌ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲି ବା ୨୬ ତାରିଖରେ ଗଜପତି, ଗଞ୍ଜାମ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡିକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୩୯ରୁ ୪୩° ତାପମାତ୍ରା ରହିବ। ସେହିଭଳି ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ମଧ୍ୟ ୧୫ ଜିଲ୍ଲାକୁ ରେଡ୍‌ ଓ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜାଗାରେ ସ୍ବାଭାବିକ ଠାରୁ ୩ ରୁ ୬° ଯାଏଁ ତାପମାତ୍ରା ଅଧିକ ରହିବା ସହ ଭୀଷଣ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗିରହିବ। ଆଜି ମୟୂରଭଞ୍ଜ, କଟକ, ନୂଆପଡ଼ା, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ, ଖୋର୍ଦ୍ଧା ଓ ନବରଙ୍ଗପୁରରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।