ଭୁବନେଶ୍ୱର(ଏଏନଏସ)୧୫/୧୦, ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ୨୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଦୁଇ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ନେଇ ବିଭିନ୍ନ ବିଦେଶୀ ସଂସ୍ଥା ପୂର୍ବାନୁମାନ କରୁଛନ୍ତି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ