You are currently viewing ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏ ଏନ୍ ଏସ) ୦୫/୦୭: ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ସକାଳେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି । କନ୍ଧମାଳର ଜି.ଉଦୟଗିରିରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଛି । ବୌଦ୍ଧ, ଅନୁଗୁଳ, ବରଗଡ଼, କେନ୍ଦୁଝର, କନ୍ଧମାଳ, ସମ୍ବଲପୁର ଓ କୋରାପୁଟରେ ପ୍ରବଳ ବର୍ଷିଛି । ଆସନ୍ତା ୪ ଦିନ ଯାଏ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗିର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି । ୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ୮ରେ ନୂଆପଡ଼ା, ନବରଙ୍ଗପୁର, କୋରାପୁଟକଳାହାଣ୍ଡି ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।