Rain

ସୃଷ୍ଟି ହେଲା ଲଘୁଚାପ, ଆସନ୍ତକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଏଏନଏସ୍): ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି ।
ଅନ୍ୟପଟେ ଏହା ପ୍ରଭାବରେ ଆସନ୍ତକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି ।

୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ରାଜ୍ୟର କିଛି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବର୍ଷା ନେଇ ଆଜି ପାଇଁ ମଧ୍ୟ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।