You are currently viewing ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!
Israel rain view to street through rain-specked window

ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି ଏହି ଲଘୁଚାପ । ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ଅକ୍ଟୋବର ୧୨ ତାରିଖ ସକାଳେ ଉତ୍ତର ଆନ୍ଧ୍ର ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜିବୀମାନେ ସମୁଦ୍ର ଭିତରକୁ ନଯିବାକୁ ବାରଣ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।