ଭୁବନେଶ୍ୱର ୦୫/୦୮: ଆସୁଛି ଦୁଇଟି ଲଘୁଚାପ । ପ୍ରଥମ ଲଘୁଚାପ ଆସନ୍ତା ୭ ତାରିଖବେଳକୁ ଆସିପାରେ । ଦ୍ୱିତୀୟଟି ଆସିବ ଆସନ୍ତା ୧୩/୧୪ ତାରିଖବେଳକୁ । ଭଲ ବର୍ଷା ହେବ ଏହା ପ୍ରଭାବରେ । ଆଗାମୀ ସ୍ୱାଧୀନତା ଦିବସ ଉତ୍ସବକୁ ବି ଫିକା କରିଦେଇପାରେ ଲଗାଣ ବର୍ଷା । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ଆକଳନ କହୁଛି, ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୭ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ବର୍ତ୍ତମାନ ମୌସୁମୀ ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର (୫ ତାରିଖ) ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖ ମଧ୍ୟ ସମାନ ସ୍ଥିତି ରହିପାରେ । ୭ ତାରିଖରୁ ବର୍ଷା ବଢ଼ିବ । ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତିରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଲଗାଣ ବର୍ଷା ଯୋଗୁ ତଳି ଅଞ୍ଚଳରେ ଜଳବନ୍ଦୀ ଓ ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ଆଶଙ୍କା ଅଛି । ଏହାବାଦ୍ ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ପୁରୀ, ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଆଗାମୀ ଦୁଇ ସପ୍ତାହ ପାଇଁ ଆଇଏମଡି ପକ୍ଷରୁ ଦିଆଯାଇଥିବା ସୂଚନାରେ କୁହାଯାଇଛି, ଚଳିତ ସପ୍ତାହରେ ଏକ ଲଘୁଚାପ ସମ୍ଭାବନା ଥିବାବେଳେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା କମ । ୮ ତାରିଖରେ ମଧ୍ୟ ଅଧିକାଂଶ ସ୍ଥାନରେ ବର୍ଷା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏହାବାଦ୍ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି । ମାତ୍ର ଆସନ୍ତା ୧୩ ଓ ୧୪ ତାରିଖବେଳକୁ ଯେଉଁ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ଅଛି, ତାହା ଘନୀଭୂତ ହୋଇ ଅବପାତ (ଡିପ୍ରେସନ୍) ହୋଇପାରେ ।
ଜାଣନ୍ତୁ ଜନ୍ମାଷ୍ଟମୀ ବ୍ରତର ମହତ୍ତ୍ଵବିବାହ ପାଇଁ ଟ୍ରାକ୍ଟରରେ ଆସିଲା ବରଅଧିକା ପାଣି ପିଇବା ମଧ୍ଯ ହୋଇପାରେ ସମସ୍ୟାଭତ୍ତାନେଇ ଫେରୁଥିବାବେଳେ ଚାଳିଗଲା ଜୀବନଆସୁଛି ଆଉ ଏକ ଲଘୁଚାପମୁଣ୍ଡଳୀରେ ଵିପଦ ସଙ୍କେତ ଉପରେ ମହାନଦୀପରିବା ଦର ଆକାଶଛୁଆଁପରିକ୍ରମା ପକ୍ଷରୁ ବର୍ଷା କବିତା ଆସରପରିକ୍ରମା ତରଫରୁ ମେଧା ସମ୍ବର୍ଦ୍ଧନା ସମାରୋହମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା