You are currently viewing ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ୩ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ୩ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ଏଏନ୍ଏସ୍): ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ବିସ୍ତୃତି ଓ ପରିମାଣ ଆସନ୍ତା ୩ ତାରିଖ ଯାଏ ଅଧିକ ରହିବ ପାଣିପାଗ ବିଭାଗ ଆଶଙ୍କା କରିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।