ରାଜ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ; ଦିନକରେ ୧୦୭୮ ପଜିଟିଭ

କରୋନା ତାଣ୍ଡବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତକଙ୍କ ସଂଖ୍ୟା ବି ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.