You are currently viewing ପରିବହନ ବିଭାଗକୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

ପରିବହନ ବିଭାଗକୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୨୮/୦୯, ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲାରେ ପରିବହନ ବିଭାଗକୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ । ସ୍ଲଟ୍ ବୁକିଂ ପାଇଁ ସମୟସୀମା ଅଧିକ ବୃଦ୍ଧି କରି ହେବକି ନାହିଁ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ଡିସେମ୍ବର ପର୍ଯ୍ୟନ୍ତ ଦୁଇ ଚକିଆ ଗାଡିର ସ୍ଲଟ୍ ବୁକିଂ ଶେଷ ହୋଇଯାଇଛି । ଏବେ ସୁଦ୍ଧା ମାତ୍ର ୭ ଲକ୍ଷ ଗାଡିରେ ନମ୍ବର ପ୍ଲେଟ୍ ଲାଗି ପାରିଛି । ରାଜ୍ୟରେ ରହିଛି ମୋଟ୍ ୮୦ ଲକ୍ଷରୁ ଅଧିକ ଗାଡି । କେବେ ସୁଦ୍ଧା ବାକି ଗାଡିରେ ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍ ଲାଗିପାରିବ, ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲାରେ ଦୁଇ ଜଣ ବସ୍ ମାଲିକ ହାଇକୋର୍ଟରେ ଆବେଦନ କରିଥିଲେ । ଏବେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ସାଧାରଣ ଲୋକେ ସମସ୍ୟାରେ ।

ଅନ୍ୟମାନଙ୍କୁ ଜଣାନ୍ତୁ।