You are currently viewing ବଢ଼ିବ ତାତି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଢ଼ିବ ତାତି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରହିଛି। ତାପମାତ୍ରା ୨ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ଏନେଇ ଆଜିଠାରୁ ଆସନ୍ତା ୨ ତାରିଖ ଯାଏ ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା -ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ।

ଅନ୍ୟମାନଙ୍କୁ ଜଣାନ୍ତୁ।