You are currently viewing ଆଜି ରଙ୍ଗର ପର୍ବ ହୋଲି

ଆଜି ରଙ୍ଗର ପର୍ବ ହୋଲି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (8.3.23): ଆସିଛି ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ଉତ୍ସବମୁଖର ଦେଖା ଯାଉଛି। ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିବାକୁ ଲାଗିଲାଣି।ରଙ୍ଗର ପର୍ବ ହୋଲିରେ ରଙ୍ଗିନ ହୋଇଛି ପରିବେଶ । ମତୁଆଲା ହୋଇଯାଇଛନ୍ତି ସମସ୍ତେ । ସକାଳୁ ଆରମ୍ଭ ହୋଇଗଲାଣି ସେଲିବ୍ରେସନ । ଆଜି ଦିନ ତମାମ ଜାତି ବର୍ଣ୍ଣ ନିର୍ବିଶେଷରେ ସମସ୍ତେ, ରଙ୍ଗ ଖେଳ ଚାଲିବ । ପିଲାମାନେ ରଙ୍ଗ ପିଚକାରୀ ଧରି ରଙ୍ଗ ଲଗାଇବା ଦୃଶ୍ୟ ବେଶ ମଜାଦାର। ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଓ ଶୁଭକାମନା ବାଣ୍ଟୁଛନ୍ତି ସମସ୍ତେ। ଫଗୁଣର ଫଗୁରେ ଭିଜୁଛନ୍ତି । ନାଚ ଗୀତରେ ମଜିଛନ୍ତି, ରଙ୍ଗରେ ଭିଜୁଛନ୍ତି । କେଉଁଠି ଡିଜେର ତାଳେ ତାଳେ ନାଚ ସହ ଅବିର ବର୍ଷା ଚାଲିଲାଣି । ତ ଆଉ କେଉଁଠି ହରବାଲ ଅବିରରେ ହୋଲି ଖେଳାଯାଇଛି । ତ ଆଉ କେଉଁଠି ବଡମାନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ସାନ ମାନେ ।

ଅନ୍ୟମାନଙ୍କୁ ଜଣାନ୍ତୁ।