You are currently viewing ଓଡିଶାରେ ଲେଫନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତି

ଓଡିଶାରେ ଲେଫନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତି

ଭୁବନେଶ୍ୱର, ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି । ନୂତନ ଭାବେ ମନୋନୀତ ହୋଇଥିବା ସେନା ଉପମୁଖ୍ୟ ଲେଫନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତି ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି । ଗତକାଲି ସେନା ଉପମୁଖ୍ୟ ଭାବେ ମନୋନୀତ ହେବା ପରେ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଓଡିଶା ଆସିଛନ୍ତି  । ପ୍ରଥମେ ଚଣ୍ଡୀ ପ୍ରସାଦ ମହାନ୍ତି ବ୍ରହ୍ମପୁର ଗୋଳାବନ୍ଧ ଆର୍ମି ଏଡି କଲେଜକୁ ଯାଇଥିଲେ । କାଲି ଚଣ୍ଡୀ ପ୍ରସାଦ ମହାନ୍ତି ସୈନିକ ସ୍କୁଲରେ ସାମ୍ବାଦିକ ସମ୍ମିଳନୀ କରିବେ । ଲେଫନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତି ଭାରତୀୟ ସେନାର ୪୨ ତମ ଉପମୁଖ୍ୟ ଭାବେ ଦାୟିତ୍ୱ ନେବେ । ଜାନୁଆରୀ ୩୧ରେ ଅବସର ଗ୍ରହଣ କରିବେ ଏସକେ ସାଇନି । ଏବେ ସଦର୍ଣ୍ଣ କମାଣ୍ଡର ଭାବେ କାର୍ଯ୍ୟରତ ଅଛନ୍ତି ଏଲଜି ଚଣ୍ଡି ପ୍ରସାଦ ମହାନ୍ତି । ଚଣ୍ଡିପ୍ରସାଦଙ୍କ ଘର ଜଗତସିଂହପୁର ଜୟଗଡରେ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।