You are currently viewing ଆଜି ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଆଜି ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-୧୭.୦୮.୨୦୨୧ , ଆଜି ଭୁବନେଶ୍ବର ଆସୁଛନ୍ତି ଭାରତୀୟ ପୁରୁଷ ଓ ମହିଳା ହକି ଟିମ । ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ପୁରୁଷ ହକି ଦଳ ଏବଂ ଚତୁର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବେ । ବିମାନବନ୍ଦରରୁ ହୋଟେଲ ଓ ଷ୍ଟାଡିଅମ ଯାଏ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସମ୍ବର୍ଦ୍ଧନା ପାଇଁ ହୋଟେଲ ସ୍ୟାଣ୍ଡି ଟାଓ୍ବାରରେ ଭବ୍ୟ ଆୟୋଜନ କରାଯାଇଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଅପରାହ୍ଣ ୩ଟାରେ ଉଭୟ ଦଳର କ୍ରୀଡ଼ାବିତ ସାମ୍ବାଦିକ ସମ୍ମିଳନୀରେ ସାମିଲ ହେବେ । ସନ୍ଧ୍ୟା ୬ଟା୩୦ ମିନିଟ୍‌ରେ ଲୋକସେବା ଭବନରେ ଉଭୟ ପୁରୁଷ ଓ ମହିଳା କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।