rain

୩ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା, ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ରାଜ୍ୟରେ ତିନି ଦିନ ଧରି କାଳବୈଶାଖୀ ବର୍ଷା। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି। ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଏନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। 

ଅନ୍ୟମାନଙ୍କୁ ଜଣାନ୍ତୁ।