କେତେ ଅଛି ଆଜି ପେଟ୍ରୋଲ ଡିଜେଲ ଦର? ନଜର ପକାନ୍ତୁ

ଭୁବନେଶ୍ୱର (ଏଏନ୍ଏସ୍): ପେଟ୍ରୋଲ ଏବଂ ଡିଜେଲ ଦର ପ୍ରତ୍ୟେକ ଦିନ ପରିବର୍ତ୍ତନ ହୋଇଥାଏ। ଏକ୍ସସାଇଜ ଡୁ୍ୟଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୋଇଥାଏ। ବୈଦେଶିକ ମୂଲ୍ୟ ସହ ଅନ୍ତର୍ଜାତିୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତ୍ୟେକ ଦିନ ବଦଳିଥାଏ।

ତେବେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ ଲିଟର ପିଛା ୯୪ ଟଙ୍କା ୭୬ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ରହିଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି।

ସେହିପରି ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି। କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି।

Leave A Reply

Your email address will not be published.