You are currently viewing ଆଜି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

ଆଜି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

କୁଚିଣ୍ଡା(ଏଏନଏସ) ୦୩.୧୧.୨୦୨୧, ଆଜି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି ।ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଚିଣ୍ଡା ଗସ୍ତ ବେଳେ କଂଗ୍ରେସ ନେତାଙ୍କ ଉପରେ ହୋଇଥିବା ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ କଂଗ୍ରେସ ଓ ବିଜେପି କର୍ମୀମାନେ ପ୍ରତିବାଦ କରୁଥିବାବେଳେ ବିଜେଡି କର୍ମୀମାନେ ତାଙ୍କୁ ଚାରିପଟୁ ଘେରି ପିଟିଥିଲେ। ଏହାର ପ୍ରତିବାଦରେ ବିଜେପି ଓ କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସେହିପରି ବନ୍ଦ ଡାକରା ପାଇଁ କୁଚିଣ୍ଡାରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । କଂଗ୍ରେସ ପକ୍ଷରୁ ବିଭିନ୍ନ ଛକଠାରେ ରାସ୍ତା ଅବରୋଧ କରାଯାଇଛି । ଏହା ସହ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।