ଭୁବନେଶ୍ୱର(ଏଏନଏସ) ୦୨/୦୬, ଆସୁଛି ଏକ ଲଘୁଚାପ । ଦିନକ ପରେ ରାଜ୍ୟରେ ବଢିବ ବର୍ଷା । ମୌସୁମୀ ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଳ୍ଲାରେ ବର୍ଷା ଜାରି ରହିଥିବା ବେଳେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶା ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଭଲ ବର୍ଷା ହେବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।
ଜାଣନ୍ତୁ ଜନ୍ମାଷ୍ଟମୀ ବ୍ରତର ମହତ୍ତ୍ଵବିବାହ ପାଇଁ ଟ୍ରାକ୍ଟରରେ ଆସିଲା ବରଅଧିକା ପାଣି ପିଇବା ମଧ୍ଯ ହୋଇପାରେ ସମସ୍ୟାଭତ୍ତାନେଇ ଫେରୁଥିବାବେଳେ ଚାଳିଗଲା ଜୀବନଆସୁଛି ଆଉ ଏକ ଲଘୁଚାପମୁଣ୍ଡଳୀରେ ଵିପଦ ସଙ୍କେତ ଉପରେ ମହାନଦୀପରିବା ଦର ଆକାଶଛୁଆଁପରିକ୍ରମା ପକ୍ଷରୁ ବର୍ଷା କବିତା ଆସରପରିକ୍ରମା ତରଫରୁ ମେଧା ସମ୍ବର୍ଦ୍ଧନା ସମାରୋହମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା