ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରୀଆରେ ସମ୍ବଲପୁରର ‘ଆଇଆଇଏମ୍’ ସ୍ଥାୟୀ କ୍ୟାମ୍ପସ ନିମନ୍ତେ ଶିଳାନ୍ୟାସ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ । ଭର୍ଚୁଆଲ ଭାବେ ଏହି ଉତ୍ସବରେ ସରକାରୀ କର୍ମଚାରୀ, ଶିଳ୍ପପତି, ଶିକ୍ଷାବିତ୍ ଏବଂ ଶିକ୍ଷାର୍ଥୀ ‘ଆଇଆଇଏମ୍-ସମ୍ବଲପୁର’ର ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ସମେତ ଅନେକ ଆମନ୍ତ୍ରିତ ବ୍ୟକ୍ତି ଅଂଶ ଗ୍ରହଣ କରିଛନ୍ତି ।
