You are currently viewing ବିଷ୍ଣୁ ସେଠୀଙ୍କ ବିୟୋଗରେ ନେତାଙ୍କ ଶୋକ ପ୍ରକାଶ

ବିଷ୍ଣୁ ସେଠୀଙ୍କ ବିୟୋଗରେ ନେତାଙ୍କ ଶୋକ ପ୍ରକାଶ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(୧୯.୯.୨୨) : ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ ଖବରକୁ ସହଜରେ କେହି ଗ୍ରହଣ କରିପାରୁ ନାହାନ୍ତି । ଦୀର୍ଘଦିନ ହେବ କିଡନୀ ଜନିତ ରୋଗରେ ପୀଡିତ ଥାଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ । ଆଜି ସକାଳେ ତାଙ୍କର ପରଲୋକ ହୋଇଛି । ତେବେ ରାଜ୍ୟପାଳ , ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଶୋକ ପ୍ରକାଶ କରିଚନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କର ଜନକଲ୍ୟାଣ କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ । ଏବଂ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି । ରାଜ୍ୟପାଳ ଗଣେଶୀଲାଲ ଶୋକ ପ୍ରକାଶ କରିଛନ୍ତି । ଏବଂ କହିଛନ୍ତି ବିଷ୍ଣୁ ସେଠୀ ଜଣେ ଦକ୍ଷ ବିଧାୟକ ଥିଲେ । ଏହା ସହିତ ଲୋକପ୍ରିୟ ନେତା ମଧ୍ୟ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ସେ କହିଛନ୍ତି ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ବିରୋଧି ଦଳ ଉପ ନେତା ଭାବେ ବିଧାନସଭାରେ ବିଭିନ୍ନ ସମସ୍ୟାକୁ ନେଇ ସରକାରଙ୍କୁ ସମାଲୋଚନା କରିବାରେ ତାଙ୍କର ବଳିଷ୍ଟ ଭୂମିକା ଥିଲା ବୋଲି କହିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।