holidaycalendarheader

ପ୍ରକାଶ ପାଇଲା ୨୦୨୪ ପାଇଁ ସରକାରୀ ଛୁଟି ତାଲିକା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର (ଏଏନଏସ): ଆସନ୍ତା ୨୦୨୪ ପାଇଁ ପ୍ରକାଶ ପାଇଛି ସରକାରୀ ଛୁଟି ତାଲିକା। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହ ଜାତୀୟ ଦିବସକୁ ମିଶାଇ ମୋଟ୍ ୩୦ ଟି ସରକାରୀ ଛୁଟି ରହିଛି। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ଛୁଟି ତାଲିକା ଜାରି ହୋଇଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି। 

ରାଜ୍ୟରେ ସରକାର ଜାରି କରିଥିବା ତାଲିକା ଅନୁଯାୟୀ ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଯେ କୌଣସି ଗୋଟିଏରେ ସରକାରୀ କର୍ମଚାରୀମାନେ ଇଚ୍ଛାଧୀନ ଭାବେ ଛୁଟି ନେଇପାରିବେ। ବିଭାଗୀୟ ମୁଖ୍ୟଙ୍କଠାରୁ ଆବଶ୍ୟକୀୟ ଅନୁମତି ନେଇ ଏହି ଛୁଟି ନେଇପାରିବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଅନ୍ୟପଟେ ରାଜ୍ୟ ସରକାର କର୍ମଚାରୀମାନଙ୍କୁ ୪୬ଟି ରବିବାର ଓ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ। ଅର୍ଥାତ୍ ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ଉପରେ ୨୦୨୪ରେ ୯୯ଟି ଛୁଟିଦିନ ମିଳିବ।

 

ଅନ୍ୟମାନଙ୍କୁ ଜଣାନ୍ତୁ।