You are currently viewing ଆସୁଛି ଆଉ ଏକ ଲଘୁଚାପ !

ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ୱର(ଏ ଏନ ଏସ) ୧୮.୧୦.୨୦୨୧, ରାଜ୍ୟରେ ଏବେ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଥିବା ବେଳେ ପୁଣି ଆସୁଛି ଆଉ ଏଘ ଲଘୁଚାପ ।ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।