You are currently viewing ଅବପାତର ରୂପ ନେବ ଲଘୁଚାପ, ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା

ଅବପାତର ରୂପ ନେବ ଲଘୁଚାପ, ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ଏଏନ୍ଏସ୍): ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ତଥା ପାଶର୍‌ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପର ରୂପ ନେବ। ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ଆଇଏମ୍‌ଡିର ବିଭିନ୍ନ ମଡେଲ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଜଣାପଡ଼ିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତ୍‍ସିଂହପୁର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।