କେନ୍ଦୁଝର, ଆସନ୍ତା କାଲିଠାରୁ ସକାଳ ୮ଟାରୁ ଖୋଲିବ କେନ୍ଦୁଝର ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ମନ୍ଦିର । କୋଭିଡ ଗାଇଡଲାଇନ ଅନୁସାରେ ମନ୍ଦିର ଖୋଲାଯିବ । ମନ୍ଦିର ଖୋଲିବା ଲାଗି ସମସ୍ତ ପ୍ରସ୍ତୁତି ସରିଛି । ତେବେ କରୋନା କଟକଣାକୁ ଦୃଷ୍ଟିରେ ରଖି ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ନୂଆ ନିୟମ ଜାରି ହୋଇଛି। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି ।
ମନ୍ଦରିରେ ଦେବୀଙ୍କ ଦର୍ଶନ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଭକ୍ତମାନଙ୍କ ଦର୍ଶନ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ମନ୍ଦିରରେ ନଡ଼ିଆ ଓ ଅନ୍ୟାନ୍ୟ ଭୋଗ ପୂଜାକୁ ବାରଣ କରାଯାଇଛି । ମନ୍ଦିର ବେଢ଼ାରେ ଏକା ସମୟରେ ୨୫ରୁ ୩୦ ଜଣଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ମନ୍ଦିରରେ ୧୦ ବର୍ଷରୁ କମ ନାବାଳକଙ୍କ ପ୍ରବେଶ ନିଷେଧ କରାଯାଇଛି । ପ୍ରଥମ ଦିନ ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ମା’ଙ୍କ ପ୍ରଥମ ପୂଜକ ଓ ସେବାୟତ ପରିବାରଙ୍କୁ ଦର୍ଶନ ପାଇଁ ସୁଯୋଗ ଦିଆଯିବ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST