କଟକ(୧.୪.୨୩) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ସକାଳେ କଟକ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରି ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ଏବଂ ଏହାର ବିକାଶ ସମ୍ପର୍କରେ ସ୍ଥାନୀୟ ଲୋକ ଓ ପ୍ରଶାସନ ସହ ଆଲୋଚନା କରିଥିଲେ ।ଆଗାମୀ ଏପ୍ରିଲ ୧୫ ସୁଦ୍ଧା ଯୋଜନା ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ । ତେବେ ମଧୁବାବୁଙ୍କ ଜନ୍ମ ପୀଠରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବା ସହ ମଧୁବାବୁଙ୍କ ଶହେ ବର୍ଷ ପୁରୁଣା ଉଭୟ ଜନ୍ମପୀଠ ଓ କର୍ମଭୂମିକୁ ଏକ ସଂଗ୍ରହାଳୟ କମ୍ପ୍ଲେକ୍ସ ଭାବରେ ବିକଶିତ କରାଯାଇ ଏହି ଐତିହ୍ୟ ସ୍ଥଳର ସଂରକ୍ଷଣ କରାଯିବ । ସୂଚନାଯୋଗ୍ୟ ଯେ କଲିକତାରୁ ଫେରିବା ପରେ ମଧୁବାବୁ ତାଙ୍କ ଜନ୍ମସ୍ଥାନ ନିକଟସ୍ଥ ଏକ ଘରେ ରହି ଓଡ଼ିଶା ମା’ର ସେବାରେ ନିଜକୁ ନିୟୋଜିତ କରିଥିଲେ । ଜନ୍ମପୀଠ ଓ କର୍ମଭୂମିକୁ ସଂଯୋଗ କରୁଥିବା ଗଳି ରାସ୍ତାର ଉନ୍ନତି କରାଯାଇ ଏହାର ପୁନରୁଦ୍ଧାର କରାଯିବ। କୁହାଯାଏ ଯେ ମଧୁବାବୁଙ୍କ ମା ଏହି ରାସ୍ତାରେ ହିଁ ତାଙ୍କ ନିଜ ଜନ୍ମପୀଠରୁ ତାଙ୍କ ପାଇଁ କର୍ମଭୂମି ସ୍ଥାନକୁ ପ୍ରତିଦିନ ଖାଦ୍ୟ ନେଇ ଆସୁଥିଲେ। ଏଠାରେ ଲାଇଟ୍ ଓ ସାଉଣ୍ଡ ସୋ’ର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିରେ ମଧୁ ବାବୁଙ୍କ ଗୌରବମୟ ଜୀବନୀ ଓ ତାଙ୍କ କୀର୍ତ୍ତିର ବ୍ୟାଖ୍ୟାନ କରାଯିବ। ଓଡ଼ିଶା ଓ ଓଡ଼ିଶା ବାହାରୁ ଆସୁଥିବା ଦର୍ଶକମାନଙ୍କ ସୁବିଧା ପାଇଁ ବହୁ ଭାଷୀ ବ୍ୟାଖ୍ୟାନର ବ୍ୟବସ୍ଥା ରହିବ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ