You are currently viewing ୪ ଘଣ୍ଟା ମହାପ୍ରଭୂଙ୍କ ଦର୍ଶନ ବନ୍ଦ

୪ ଘଣ୍ଟା ମହାପ୍ରଭୂଙ୍କ ଦର୍ଶନ ବନ୍ଦ

  • Post category:ଓଡିଶା
  • Reading time:1 mins read

ପୁରୀ (ଏ ଏନ୍ ଏସ)୦୯/୧୧, ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ସେବା କରିବେ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ।

ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ସରି ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ ।ଦତ୍ତମହାପାତ୍ର ସେବାୟତ ଗର୍ଭଗୃହକୁ ପ୍ରବେଶ କରି ହିଙ୍ଗୁଳ,ହରିତାଳ, ଶଙ୍ଖ,କେଶର,କର୍ପୁର,କଇଁଥ ଅଠା,କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ। ।

ଅନ୍ୟମାନଙ୍କୁ ଜଣାନ୍ତୁ।