ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର, ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି। ଏହି ପ୍ରସଙ୍ଗରେ ମତ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶ ବିଭାଗରେ ପହଞ୍ଚିବା ପରେ ଏହାର ତର୍ଜମା କରାଯାଇ ନିଷ୍ପତ୍ତି ନିଆଯିବ । ଗଜପତି ଜିଲ୍ଲାରେ ସ୍କୁଲ ଶିକ୍ଷକଙ୍କୁ କରୋନା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି, ଯେଉଁମାନେ ପଜେଟିଭ୍‌ ଚିହ୍ନଟ ହୋଇଛନ୍ତି, ସେମାନେ ସଙ୍ଗରୋଧରେ ଅଛନ୍ତି । ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଯାଉଛି । ସରକାରଙ୍କ ଗାଇଡଲାଇନ ମାନି ସମସ୍ତ କାଯ୍ୟ କରାଯାଉଛି ।

Leave A Reply

Your email address will not be published.