You are currently viewing ମାଟ୍ରିକ୍ ପରୀକ୍ଷା ଦେଲେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ

ମାଟ୍ରିକ୍ ପରୀକ୍ଷା ଦେଲେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର-୩୦.୦୭.୨୦୨୧,ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା। କୁହାଯାଏ ଯେ ପାଠ ପଢ଼ିବା ପାଇଁ କେବଳ ଦୃଢ ଇଚ୍ଛାଶକ୍ତି ଆବଶ୍ୟକ । ଉଚ୍ଚଶିକ୍ଷା ପାଇଁ ଆଗ୍ରହ ଥିବାରୁ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଗଞ୍ଜାମ ଜିଲ୍ଲାରୁ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ । ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ସୋରଡ଼଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ । ସୋରଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇଥିବା ସୂଚନା ମିଳିଛି । ସେ ଏ ଯାଏ ୩ଥର ବିଧାୟକ ହୋଇଛନ୍ତି ।

ଅନ୍ୟପଟେ ଆଜି ସମ୍ପୂର୍ଣ୍ଣ କୋଭିଡ କଟକଣା ଭିତରେ ମାଟ୍ରିକ ଅଫଲାଇନ ପରୀକ୍ଷା ଆରମ୍ଭ ହୋଇଛି । ୫୦୪ଟି କେନ୍ଦ୍ରରେ ୧୫ ହଜାର ୧୩୬ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଉଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।