10th exam

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା 

  • Post category:ଓଡିଶା
  • Reading time:1 mins read

ଏଏନଏସ: ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଆସନ୍ତା ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଜାରି କରାଯାଇଛି।

ଆଉ ଦୁଇଟି ସମେଟିଭ ନୁହେଁ ଗୋଟିଏ ବୋର୍ଡ଼ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରତ୍ୟେକ ବିଷୟରେ ୧୦୦ ମାର୍କର ପରୀକ୍ଷା ହେବ। ଏହି ପରୀକ୍ଷାର ୮୦ ପ୍ରତିଶତ ଓ ସ୍କୁଲରେ ହୋଇଥିବା ଇଣ୍ଟରନାଲ ପରୀକ୍ଷାର ୨୦ ପ୍ରତିଶତ ମିଶି ମାର୍କ ସିଟ ପ୍ରସ୍ତୁତ ହେବ।

ଅନ୍ୟମାନଙ୍କୁ ଜଣାନ୍ତୁ।