You are currently viewing ରାଜ୍ୟରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…

ରାଜ୍ୟରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…

ଭୁବନେଶ୍ୱର, ଅନେକ ରାଜ୍ୟ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହାରି ମଧ୍ୟରେ ଓଡିଶାରେ ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର କରାଯିବ । ଅକ୍ଟୋବରର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ । ଆସନ୍ତା ୨୬ରେ ଦୁର୍ଗାପୂଜା । ଅର୍ଥାତ ଅକ୍ଟୋବରରେ ଖୋଲିବ ନାହିଁ । ଅକ୍ଟୋବର ମାସର ସ୍ଥିତି ଦେଖି ସ୍କୁଲ ଖୋଲିବାକୁ ବିଚାର କରାଯିବ । 

ଅନ୍ୟମାନଙ୍କୁ ଜଣାନ୍ତୁ।