ଖଲ୍ଲିକୋଟ(ଏଏନଏସ) ୨୩/୦୪, ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅଧିନ ହଂସପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି ।
ସୂଚନା ଅନୁସାରେ , ଶୁକ୍ରବାର ବିଳମ୍ବିତ ରାତିରେ ଛତ୍ରପୁର ଥାନା ଅଧିନ ହଂସପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ଜଣଙ୍କ ହେଲେ ସେହି ଗ୍ରାମର କୃଷ୍ଣଚନ୍ଦ୍ର ପରିଡା ।ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଘଟଣା ବାବଦରେ ଖବର ପାଇ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।