You are currently viewing ବିଧାନସଭାରେ ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ବିଧାନସଭାରେ ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୨୧/୦୨, ବିଧାନସଭାରେ ଦିବଙ୍ଗତ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ  ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ନବଦାସଙ୍କ ଦେହାନ୍ତଙ୍କୁ ନେଇ ମର୍ମାହତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ  । ଓଡିଶାରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ସ୍ୱର୍ଗତ ଦାସଙ୍କ ଅବଦାନ ଅତୁଳନୀୟ  । କୋଭିଡ ମହାମାରୀ ସମୟରେ ଓଡିଶାରେ ମହାମାରୀ ପରିଚାଳନା କ୍ଷେତ୍ରରେ ସର୍ବଦା ଅତୁଳନୀୟ  । ତିନୋଟି ମେଡିକାଲ କଲେଜ ଏବଂ ରାଜ୍ୟ ପାଇଁ ଥିବା ତାଙ୍କ ଅବଦାନକୁ ଗୃହରେ ଉଲ୍ଲେଖ କରିଥିଲେ ମୁଖ୍ୟମନ୍ତ୍ରୀ  । ସ୍ୱର୍ଗତ ନବଦାସଙ୍କ ସ୍ମୃତି ଚାରଣ କରିଥିଲେ ଗୃହର ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶୋକ ପ୍ରସ୍ତାବରେ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ  । ଶୋକ ସନ୍ତପ୍ତ ପରିବାର ବର୍ଗକୁ ସମବେଦନା ମଧ୍ୟ ଜଣାଇଥିଲେ ମୁଖ୍ୟମନ୍ତ୍ରୀ  । ସେହିପରି ବିରୋଧି ଦଳ ନେତା ଜୟ ନାରାୟଣ ମିଶ୍ର ମଧ୍ୟ ନବଦାସଙ୍କ ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ  । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଥିଲେ, ସ୍ୱର୍ଗତ ସ୍ୱାସ୍ଥ୍ୟମନ୍ତ୍ରୀ ମୋର ଅତ୍ୟନ୍ତ ଘନିଷ୍ଠ ବନ୍ଧୁ  । ତାଙ୍କ ଦେହାନ୍ତ ସମଗ୍ର ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି  । ସେହିପରି ସ୍ୱର୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ସମସ୍ତ ସଦସ୍ୟ ନୀରବ ପ୍ରାର୍ଥନା କରିଥିଲେ  ।

ଅନ୍ୟମାନଙ୍କୁ ଜଣାନ୍ତୁ।