You are currently viewing ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ

ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ

କୋରାପୁଟ, ଲାଞ୍ଚ ନେଇ ଭିଜିଲାନ୍‌ସ ହାତରେ ଧରାପଡ଼ିଥିବା କୋରାପୁଟ ଜିଲ୍ଲା ନନ୍ଦପୁର ‘ସିଡିପିଓ’ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି ଜିଲ୍ଲାପାଳ । ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ସେ କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବେ ଏବଂ ତାଙ୍କୁ ନଜଣାଇ ମୁଖ୍ୟାଳୟ ଛାଡ଼ି କେଉଁଆଡ଼େ ଯାଇ ପାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ସ୍ନିଗ୍ଧାରାଣୀଙ୍କୁ ଅକ୍ଟୋବର ୨୮ ତାରିଖ ଦିନ ଗିରଫ କରାଯାଇଥିଲା। ଜିଲ୍ଲାପାଳଙ୍କ ନିଲମ୍ବନ ଆଦେଶ ସେହି ତାରିଖରୁ କାର୍ଯ୍ୟକାରୀ ହେବ ବୋଲି ନିର୍ଦେଶନାମାରେ ଉଲ୍ଲେଖ ଅଛି। ତାଙ୍କ ବିରୋଧରେ କୋରାପୁଟ ଭିଜିଲାନ୍ସ ତଦନ୍ତ ଚଳାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।