ଏଏନଏସ : ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ। ଏନେଇ ଗଣମାଧ୍ୟମକୁ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ମଦ ବନ୍ଦ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ରାଜ୍ୟରେ ଆଉ ନୂଆ ମଦ ଦୋକାନ ନଖୋଲିବାକୁ ସରକାରଙ୍କ ନିଷ୍ପତ୍ତି ନେଇଥିବାର ଦେଖିବାକୁ ମିଳିଛି।
ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲା ଯିବା ନାହିଁ। ଏଥିସହ ଚୋରା ମଦ ବିକ୍ରି ବନ୍ଦ କରାଯିବାକୁ ପଦକ୍ଷେପ ନିଆଯାଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେଉଁ ମଦନୀତି ଥିଲା, ତାହାକୁ ସାବଲୀଳ କରାଯିବ। ନୂଆ ମଦ ନୀତିରେ ଓଡ଼ିଶାରେ ଚୋରା ମଦ ସଂପୂର୍ଣ୍ଣ ବନ୍ଦ ହେବ।