You are currently viewing ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

  • Post category:ଓଡିଶା
  • Reading time:1 mins read

ବରଗଡ (୧୧.୧୧.୨୨) : ପଦ୍ମପୁର ଉପ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ନଭେମ୍ବର ୧୭ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି ।  ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ପରେ ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।ବିଧିବଦ୍ଧ ବିଜ୍ଞପ୍ତି  ପ୍ରକାଶ ପାଇବା ପରେ  ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି। ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା। ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।

ଅନ୍ୟମାନଙ୍କୁ ଜଣାନ୍ତୁ।