You are currently viewing ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ। ଗତ କିଛି ଦିନ ହେବ ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର ଥିଲା । ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, କଣ୍ଠଶିଳ୍ପୀ ଏବଂ ଅଭିନେତା ମଧ୍ୟ । ୪୧ଟି ଓଡ଼ିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୩୦ଟି ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି ।

୬ଟି ଫିଲ୍ମରେ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ଗୀତ ଗାଇଛନ୍ତି ଏବଂ ୬ଟି ଫିଲ୍ମରେ ଅଭିନୟ ମଧ୍ୟ କରିଛନ୍ତି । ସେ ଓଡ଼ିଆ ସିନେ ଜଗତର ଅନେକ ସଙ୍ଗୀତରେ ନିର୍ଦ୍ଦେଶନା ଦେଇ ଦର୍ଶକଙ୍କ ମନ କିଣିପାରିଥିଲେ।

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ସଙ୍ଗୀତ ରଚନା ଶ୍ରୋତାଙ୍କ ହୃଦୟରେ ସ୍ବତନ୍ତ୍ର ହୋଇ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।